ଅଯୋଧ୍ୟା ରାମମନ୍ଦିର ଗର୍ଭଗୃହକୁ ଓହ୍ଲାଇ ଆସିବେ ସୂର୍ଯ୍ୟ। ରାମ ନବମୀରେ କରିବେ ବାଲକ ରାମଙ୍କ ସୂର୍ଯ୍ୟ ତିଳକ। ନବନିର୍ମିତ ମନ୍ଦିରରେ ପ୍ରଥମ ଥର ପାଇଁ ରାମନବମୀ ପାଳନ ହେବାକୁ ଯାଉଥିବା ବେଳେ ଏହି ଦିବ୍ୟ ମୁହୂର୍ତ୍ତକୁ ଆହୁରି ଭବ୍ୟ କରିବ ବାଲକ ରାମଙ୍କ ସୂର୍ଯ୍ୟାଭିଷେକ ବା ସୂର୍ଯ୍ୟ ତିଳକ। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାବେଳେ ଅନେକ ମାନ୍ୟଗଣ ବ୍ୟକ୍ତି ଉତ୍ସବରେ ସାମିଲ ହୋଇଥିଲେ। କିନ୍ତୁ ରାମନବମୀ ଅବସରରେ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଏହା ଉପରେ ରୋକ୍ ଲଗାଯାଇଛି। VIP ବ୍ୟକ୍ତି ବିଶେଷଙ୍କୁ ରାମନବମୀ ପରେ ଅର୍ଥାତ ଏପ୍ରିଲ ୧୯ ପରେ ଆସିବାକୁ ଅନୁରୋଧ କରାଯାଇଛି। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାବେଳେ ଅନେକ ମାନ୍ୟଗଣ ବ୍ୟକ୍ତି ଉତ୍ସବରେ ସାମିଲ ହୋଇଥିଲେ। କିନ୍ତୁ ରାମନବମୀ ଅବସରରେ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଏହା ଉପରେ ରୋକ୍ ଲଗାଯାଇଛି। VIP ବ୍ୟକ୍ତି ବିଶେଷଙ୍କୁ ରାମନବମୀ ପରେ ଅର୍ଥାତ ଏପ୍ରିଲ ୧୯ ପରେ ଆସିବାକୁ ଅନୁରୋଧ କରାଯାଇଛି। ରାମନବମୀରେ ମନ୍ଦିର ଗର୍ଭଗୃହକୁ ଉଦ୍ଭାସିତ କରିବ ଆସ୍ଥା, କଳ୍ପନା ଓ ବିଜ୍ଞାନର ଅଭୂତପୂର୍ବ ସମ୍ମିଶ୍ରଣ। ଏଥିପାଇଁ ରାମ ମନ୍ଦିରରେ ସୂର୍ଯ୍ୟ ତିଳକ ପ୍ରକ୍ରିୟାର ଟ୍ରାଏଲ୍ ବା ପୂର୍ବାଭ୍ୟାସ କରିଛନ୍ତି ସେଣ୍ଟ୍ରାଲ୍ ବିଲ୍ଡିଂ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ (CBRI) ରୁରକିର ବୈଜ୍ଞାନିକ ଦଳ। ବିଗ୍ରହକୁ ଚାଦର ଘୋଡ଼ାଇ ନିର୍ଭୁଲ୍ ମାପଚୁପ କରି ଯନ୍ତ୍ରପାତି ଖଞ୍ଜାଯାଇଛି। ତେବେ ଓଡ଼ିଶା ପାଇଁ ଗୌରବର କଥା ହେଉଛି, ଏହି ଜଟିଳ ପ୍ରକଳ୍ପର ମୁଖ୍ୟ ବିନ୍ଧାଣୀ ହେଉଛନ୍ତି ଜଣେ ଓଡ଼ିଆ ବୈଜ୍ଞାନିକ ଡକ୍ଟର ସରୋଜ ପାଣିଗ୍ରାହୀ।