ଚଳିତ ବର୍ଷ ଏପ୍ରିଲରୁ ଗରମ ନୂଆ ରେକର୍ଡ ସୃଷ୍ଟି କରୁଛି। ମଙ୍ଗଳବାର ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁଛି। ସକାଳ ସାଢ଼େ ୮ଟା ବାଜିବା କ୍ଷଣି ପାରଦ ଉପରମୁହାଁ ହେଉଛି ଯେ କମିବାର ନାଁ ଧରୁନାହିଁ। ଦିନ ଯେମିତି ବଢ଼ୁଛି ପାରଦ ମଧ୍ୟ ସେହି ଅନୁପାତରେ ବୃଦ୍ଧି ପାଇ ରେକର୍ଡ ପରେ ରେକର୍ଡ ଭାଙ୍ଗିବାରେ ଲାଗିଛି। ଆଜି ଦିନରେ ରାଜ୍ୟର ୨୯ ସହରର ତାପମାତ୍ରା ୪୦ ଡିଗ୍ରି କିମ୍ବା ଅଧିକ ରହିଥିଲା। ଚଳିତ ସିଜିନରେ ସର୍ବୋଚ୍ଚ ତାପମାତ୍ରା ୪୩.୬ ଡିଗ୍ରି ରହିବା ସହ ବାରିପଦା ରାଜ୍ୟର ଉତ୍ତପ୍ତ ସହରରେ ପରିଣତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ୩ ଦିନ ସ୍କୁଲ ବନ୍ଦ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଏପ୍ରିଲ୍ ୧୮,୧୯ ଏବଂ ୨୦ ସମସ୍ତ ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲ ବନ୍ଦ ରହିବ ବୋଲି ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି। ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍ଥାନରେ ପାରଦ ୪୦ ଡିଗ୍ରି ଉପରେ ରହିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।