ଶିଶୁ ପର୍ଣ୍ଣୋଗ୍ରାଫିକୁ ନେଇ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ଭିଡିଓ ଦେଖିବା ଓ ଡାଉନଲୋଡ କରିବା ଦଣ୍ଡନୀୟ ଅପରାଧ। ପିଲାଙ୍କ ସହ ଜଡିତ ଅଶ୍ଳୀଳ କଣ୍ଟେଣ୍ଟ ଦେଖିବା, ପ୍ରକାଶିତ କରିବା କିମ୍ବା ଏହାକୁ ଡାଉନ୍ଲୋଡ୍ କରିବା ଦଣ୍ଡନୀୟ ଅପରାଧ ବୋଲି ସିଜେଆଇ ଡିଓ୍ୱାଇ ଚନ୍ଦ୍ରଚୂଡ୍, ଜଷ୍ଟିସ୍ ଜେ.ବି ପାରଡିୱାଲା ଏବଂ ଜଷ୍ଟିସ୍ ମନୋଜ ମିଶ୍ରଙ୍କ ବେଞ୍ଚ ଏହି ନିଷ୍ପତ୍ତି ଶୁଣାଇନ୍ତି। ଭିଡିଓ ଦେଖିବା ଓ ଡାଉନଲୋଡ କରିବା ଦଣ୍ଡନୀୟ ଅପରାଧ। ତେଣୁ ଭିଡିଓ ରଖିଲେ କି ଦେଖିଲେ ଦଣ୍ଡବିଧାନ ହେବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ପିଲାଙ୍କ ସହ ଜଡିତ ଅଶ୍ଳୀଳ କଣ୍ଟେଣ୍ଟ ଦେଖିବା, ପ୍ରକାଶିତ କରିବା କିମ୍ବା ଏହାକୁ ଡାଉନ୍ଲୋଡ୍ କରିବା ଦଣ୍ଡନୀୟ ଅପରାଧ। ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ୍ କିମ୍ବା ଦେଖିବା ପକସୋ ଅଧିନିୟମ ଅଟେ। ସୂଚନା ଅନୁସାରେ, ମାଡ୍ରାସ ହାଇକୋର୍ଟ ମୋବାଇଲ୍ ଫୋନରେ ଶିଶୁ ଅଶ୍ଳୀଳ ବିଷୟବସ୍ତୁ ରଖିଥିବା ଅଭିଯୋଗ ହୋଇଥିବା ବ୍ୟକ୍ତିଙ୍କ ବିରୋଧରେ ଚାଲିଥିବା ମାମଲାକୁ ବାତିଲ କରିଦେଇଥିଲେ। କେବଳ ଶିଶୁ ଅଶ୍ଳୀଳତା ଡାଉନଲୋଡ୍ କରିବା ଏବଂ ଦେଖିବା POCSO ଆକ୍ଟ ଅନୁଯାୟୀ ଅପରାଧ ନୁହେଁ ବୋଲି ଏଥିରେ ଦର୍ଶାଯାଇଥିଲା। ମାଡ୍ରାସ ହାଇକୋର୍ଟଙ୍କ ଏହି ରାୟ ଆସିବା ପରେ ଶିଶୁ ଅଧିକାର ପାଇଁ କାର୍ଯ୍ୟ କରୁଥିବା ଅନେକ ସଂଗଠନ ଏହାକୁ ବିରୋଧ କରି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଆଜି ଏହି ମାମଲାର ଶୁଣାଣି ହୋଇଛି। ଏହି ରାୟ ଦେବାବେଳେ ସୁପ୍ରିମକୋର୍ଟ ମାଡ୍ରାସ ହାଇକୋର୍ଟ ନିଷ୍ପତ୍ତିକୁ ରଦ୍ଦ କରି ଦେଇଛନ୍ତି।ସୁପ୍ରିମ୍କୋର୍ଟ କହିଛନ୍ତି ଯେ ଯୌନ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯିବା ଉଚିତ । ଏଥିରେ ଚାଇଲ୍ଡ ପର୍ଣ୍ଣ ସହ ଜଡ଼ିତ ଆଇନ ଏବଂ ନୈତିକ ପ୍ରଭାବ ବିଷୟରେ ସୂଚନା ଅନ୍ତର୍ଭୁକ୍ତ ହେବା ଦରକାର । ସୁପ୍ରିମକୋର୍ଟ ପରାମର୍ଶ ଦେଇଛନ୍ତି, କେନ୍ଦ୍ର ସରକାର ଏକ ବିଶେଷଜ୍ଞ କମିଟି ଗଠନ କରିପାରିବେ, ଯାହା ଯୌନ ଶିକ୍ଷା ବ୍ୟବସ୍ଥା ପ୍ରସ୍ତୁତ କରିବ । ବିଦ୍ୟାଳୟଗୁଡ଼ିକ କମ୍ ବୟସରୁ ହିଁ ପିଲାମାନଙ୍କୁ POCSO ନିୟମ ବିଷୟରେ ଜଣାଇବା ଉଚିତ୍ ବୋଲି ସୁପ୍ରିମ୍କୋର୍ଟ କହିଛନ୍ତି ।