ଓଡ଼ିଶାରୁ ବିଜେଡି ସରକାର ଗଲା ପରେ ଭିନ୍ନଭିନ୍ନ ଦୃଶ୍ୟ ଦେଖିବାକୁ ମିଳୁଛି। ଇସ୍ତଫା ଦେଲେ ଦୁଇ ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ୍ ସୁରେଶ, ବାଲକ୍ରିଷ୍ଣନ। ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ପରେ ସିଏମଓରୁ ଇସ୍ତଫା ଦେଇଛନ୍ତି। ସିଏମଓ ମୁଖ୍ୟ ଉପଦେଷ୍ଟା ପଦରୁ ସୁରେଶ ମହାପାତ୍ର ଇସ୍ତଫା ଦେଇଛନ୍ତି। ସେହିପରି ସ୍ପେଶାଲ ଇନିସିଏଟିଭ୍ ଉପଦେଷ୍ଟା ପଦରୁ ଆର୍. ବାଲକ୍ରିଷ୍ଣନଙ୍କ ଇସ୍ତଫା ଦେଇଛନ୍ତି।ସୁରେଶ ମହାପାତ୍ର ଓ ଆର. ବାଲକ୍ରିଷ୍ଣନଙ୍କ ଇସ୍ତଫାକୁ ଗ୍ରହଣ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରି ସୂଚନା ଦିଆଯାଇଛି। ତେବେ ଏହି ଦୁଇ ଜଣ ଆଇଏଏସ୍ ଅଫିସର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ। ଦୁହେଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିଲେ। ଏବେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦୁଇ ରିଟାୟର୍ଡ ଆଇଏଏସ୍ ଅଫିସର ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।