ଆଜି ଜୟପୁର ଉପଜିଲ୍ଲାପାଳ କାର୍ଯ୍ୟଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତାରାପ୍ରସାଦ ବାହିନୀପତି । ଭବାନୀପାଟଣା ବିଧାନସଭା ପାଇଁ ପ୍ରଦୀପ୍ତ ନାୟକ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । କଳାହାଣ୍ଡି ଲୋକସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀନୀ ମାଳବିକା ଦେଓ ସେହିପରି ବିଜେଡି ଲୋକସଭା ପ୍ରାର୍ଥୀ ଲମ୍ବୋଦର ନିଆଲ ଭବାନୀପାଟଣା ବିଜେଡି ବିଧାନସଭା ପ୍ରାର୍ଥୀ ଲଳିତା ନାୟକ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନବରଙ୍ଗପୁର ବିଜେଡି ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝି ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଧର୍ମଗଡ ବିଜେଡି ବିଧାୟକ ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂ ଦେଓ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ଜୁନାଗଡ ବିଧାନସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ କୁଳେଶ୍ୱର ନାୟକ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।