ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୩ ଓ ୨୪ ତାରିଖରେ କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି ।ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।