ବ୍ରାଜିଲର ଦକ୍ଷିଣ ରାଜ୍ୟ ରିଓ ଗ୍ରାଣ୍ଡେ ଡୋ ସୁଲରେ ଶୁକ୍ରବାର ରାତିରେ ପ୍ରବଳ ବର୍ଷା ଯୋଗୁଁ ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି ପାଇଥିବା ବେଳେ ୭୪ ଜଣ ନିଖୋଜ ଅଛନ୍ତି। ଅଧିକାରୀମାନେ ଏହାକୁ ଇତିହାସର ସବୁଠାରୁ ଭୟଙ୍କର ବିପର୍ଯ୍ୟୟ ବୋଲି କହୁଛନ୍ତି । ବ୍ରାଜିଲର ଦକ୍ଷିଣ ରାଜ୍ୟ ରିଓ ଗ୍ରାଣ୍ଡେ ଡୋ ସୁଲ ପ୍ରବଳ ବର୍ଷା ଓ ଭୂସ୍ଖଳନର ଭୟଙ୍କର ପ୍ରଭାବ ଦେଖିବାକୁ ମିଳୁଛି।ସୂଚନା ଅନୁସାରେ ଏବେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି ଏବଂ ଭୁଶୁଡ଼ି ପଡ଼ିଥିବା ଘର, ପୋଲ ଓ ରାସ୍ତାର ଭଗ୍ନାବଶେଷ ମଧ୍ୟରେ ଫସି ରହିଥିବା ଲୋକଙ୍କୁ ଖୋଜିବା ପାଇଁ ଉଦ୍ଧାରକାରୀ ମାନେ କଠିନ ପରିଶ୍ରମ କରୁଛନ୍ତି। ରାଜ୍ୟପାଳ ଏଡୁଆର୍ଡୋ ଲେଇଟ୍ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି।ଜେନ୍ସି କହିଛି ଯେ ବର୍ଷା ଯୋଗୁଁ ୧୦,୦୦୦ରୁ ଅଧିକ ଲୋକ ସେମାନଙ୍କ ଘର ଛାଡିବାକୁ ବାଧ୍ୟ ହୋଇଛନ୍ତି।