ବାଘଶୂନ୍ୟ ହୋଇପଡ଼ିଥିବା ସାତକୋଶିଆ ଅଭୟାରଣ୍ୟରେ ଖୁବ୍ ଶୀଘ୍ର ବିଚରଣ କରିବେ ମହାବଳ ବାଘ। ଖୁବ୍ ଶୀଘ୍ର ସାତକୋଶିଆକୁ ଆସିବେ ୧୨ରୁ ୧୪ ମହାବଳ ବାଘ। ଏହା ପୂର୍ବରୁ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଛି ୧୨ଟି ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ। ସାତକୋଶିଆ ଅଭୟାରଣ୍ୟକୁ ଆସିବେ ୧୨ରୁ ୧୪ ମହାବଳ। NTCAର ଟାଇଗର ରିକଭରି ପ୍ଲାନ ଅନୁୟାୟୀ ଏହାକୁ ୫ ବର୍ଷ ଭିତରେ କାର୍ଯ୍ୟକାରୀ କରାଯିବ ବୋଲି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ।
୨୦୦୭ ମସିହାରେ ସାତକୋଶିଆରେ ୧୩ରୁ ୧୫ ବାଘ ଥିବା ବେଳେ ଏବେ ଏହା ବାଘ ଶୂନ୍ୟ ହୋଇଯାଇଛି। ତେଣୁ ଟାଇଗର ରିକଭରି ପ୍ଲାନ ଅନୁଯାୟୀ ବାଘ ଆଣିବାକୁ ଯୋଜନା ଅଛି ବୋଲି କହିଛନ୍ତି ପିସିସିଏଫ। ଏହି ଯୋଜନା କେବଳ ସ୍ଥାନୀୟ ଲୋକଙ୍କ ସହାୟତାରେ ହିଁ ସଫଳ ହୋଇପାରିବ ବୋଲି ସେ କହିଛନ୍ତି। ତେବେ ସାତକୋଶିଆର କୋର ଏରିଆ ଏବେ ଖାଲି ହୋଇଗଲାଣି। ଅଭୟାରଣ୍ୟର ଅନ୍ୟ ଅଞ୍ଚଳରୁ ଲୋକ ସ୍ୱଇଚ୍ଛାରେ ସ୍ଥାନାନ୍ତର ହେଲେ ଯାଇ ପ୍ରକଳ୍ପ ଆରମ୍ଭ ହୋଇପାରିବ। ଏଥିପାଇଁ ସ୍ଥାନୀୟ ଲୋକ ଓ ଲୋକପ୍ରତିନିଧିଙ୍କ ସହାୟତା ଆବଶ୍ୟକ ବୋଲି କହିଛନ୍ତି ପିସିସିଏଫ।