କେନ୍ଦୁଝର: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ ୪୯ ନମ୍ୱର ଜାତୀୟ ରାଜପଥ ବୈତରଣୀ ପୋଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୩ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଯୋଗୁ ୪ ଘଣ୍ଟା ଧରି ରାସ୍ତା ଜାମ୍ ରହିଥିଲା । ରାସ୍ତାର ଉଭୟ ପାର୍ଶ୍ବରେ ଶତାଧିକ ଗାଡି ଫସି ରହିଥିଲେ ।
ସୂଚନା ମୁତାବକ, ଏନଏଚ-୪୯ ବୈତରଣୀ ପୋଲ ନିକଟରେ ଦୁଇଟି ଟ୍ରକ୍ ମୁହାମୁହିଁ ଧକ୍କା ହୋଇଥିଲେ । ସ୍ଥାନୀୟ ଲେକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଉଦ୍ଧାରକାରୀ ଦଳ ତୁରନ୍ତ ସେଠାରେ ପହଞ୍ଚି ଗାଡ଼ି ଭିତରେ ଚାପି ହୋଇ ରହିଥିବା ଜଣେ ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ ।