ଭୁବନେଶ୍ବର: ‘ମୋ ବସ୍’ ଧକ୍କାରେ ଗୁରୁତର ଆହତ ହେଲେ ଦୁଇ ଜଣ । ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ପେଟ୍ରୋଲ୍ ପମ୍ପ୍ ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ ୨ ଗୁରୁତରଙ୍କ ମଧ୍ୟରୁ ଜଣେ ଯୁବତୀଙ୍କ ହାତ ଉପରେ ବସ୍ ଚଢିଯିବାରୁ ତାଙ୍କ ହାତ କଟି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଗୁରୁତର ଯୁବତୀ ଓ ଅନ୍ୟ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ମୋ ବସକୁ ଅଟକାଇଛନ୍ତି ସ୍ଥାନୀୟ ଲୋକେ। ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଗାଡ଼ି ଛାଡ଼ି ଚମ୍ପଟ ମାରିଛି । ସେଠାକୁ ଆସୁଥିବା ପ୍ରାୟ ୨୦ରୁ ଅଧିକ ମୋ ବସ୍କୁ ଅଟକାଇଛନ୍ତି ଲୋକେ । ବେପରୁଆ ଗାଡି ଚାଳନା ପାଇଁ ଦୁର୍ଘଟଣା ଘଟୁଛି ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଦୁର୍ଘଟଣା ପରେ ଗାଡି ଛାଡି ଚାଳକ ଘଟଣାସ୍ଥଳରୁ ଚମ୍ପଟ୍ ମାରିଛି । ପୋଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।