ଆଜି ଉତ୍କଳ ଦିବସ । ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟ ଓଡିଶା । ଯେଉଁମାନଙ୍କର ଅଦମ୍ୟ ସାଧନା, ପ୍ରଚେଷ୍ଟା ଲାଗି ଓଡିଶା ଭାଷା ଭିତ୍ତିରେ ସ୍ୱତନ୍ତ୍ର ପରିଚୟ ପାଇପାରିଛି, ସେମାନଙ୍କୁ ଆଜି ସମସ୍ତେ ମନେ ପକାଉଛନ୍ତି । ୧୯୩୬ ପୂର୍ବରୁ ଓଡିଶା ସ୍ୱତନ୍ତ୍ର ରାଜ୍ୟ ନଥିଲା । ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ , ଦକ୍ଷିଣରେ ଗଞ୍ଜାମ, ମାଡ୍ରାସ ରେସିଡେନ୍ସି ଅଧିନରେ ଥିଲା , ହେଲେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକିର ମୋହନ ସେନାପତି, ରାଧାନାଥ ରାୟ, ଗଙ୍ଗାଧର ମେହେରଙ୍କ ପରି ବୀର ପୁତ୍ର ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ କରିବା ପାଇଁ ସଘଂର୍ଷ କରିଥିଲେ । ଏହି ବୀର ପୁତ୍ରଙ୍କ ସଘଂର୍ଷରେ ୧୯୦୩ରେ ପ୍ରଥମେ ଗଠନ ହୋଇଥିଲା ଉତ୍କଳ ସମ୍ମିଳନୀ । ଜୋରଦାର ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ ୧ରେ ଗଠନ ହେଲା ସ୍ୱତନ୍ତ୍ର ଓଡିଶା ପ୍ରଦେଶ । ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଉଛି। ତାସହ ଏହିଦିନ ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣକରାଯାଏ। ସେତେବେଳ ସମୟରେ ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ ଥିଲା ।ଏହାରି ଭିତରେ ୮୯ତମ ବର୍ଷ ପୂର୍ଣ୍ଣ ହୋଇଛି । ଉତ୍କଳ ଦିବସ ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉତ୍କଳ ଦିବସ ଭାବେ ପାଳନ କରାଯାଇ ଆସୁଛି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ବାର୍ତ୍ତାରେ କହଛନ୍ତି, ଓଡ଼ିଶା ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି।
ଓଡିଶା ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ଓଡ଼ିଶା ତା'ର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ । ଯେ କୌଣସି ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ବହନ କରୁଥିବା ଓଡ଼ିଶାର ଜନସାଧାରଣଙ୍କର ରାଜ୍ୟ ତଥା…
— President of India (@rashtrapatibhvn) April 1, 2024
ଠିକ୍ ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ।
ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ l ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି l ମୁଁ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରୁଛି l
— Narendra Modi (@narendramodi) April 1, 2024
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ ‘ବିକଶିତ ଓଡ଼ିଶା’ ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ।
ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ 'ବିକଶିତ ଓଡ଼ିଶା' ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି 'ଓଡ଼ିଶା ଦିବସ'ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି 'ବିକଶିତ ଓଡ଼ିଶା' ଗଢ଼ିବା ଦିଗରେ ଆଗକୁ… pic.twitter.com/TrN7DILZAK
— Naveen Patnaik (@Naveen_Odisha) April 1, 2024