ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି। ରାତି ୧୨ଟା ୪୪ ମିନିଟରେ ୮୭ ବର୍ଷ ବୟସରେ ପରଲୋକ ହୋଇଛି। ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି ସୁଜ୍ଞାନ କୁମାରୀ। ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ୨ଥର ବିଧାୟିକା ଥିଲେ.ଭି.ସୁଜ୍ଞାନ କୁମାରୀ ଦେଓ। କେବଳ ଯେ ବିଧାୟିକା ଥିଲେ ତା ନୁହେଁ, ସମାଜସେବୀ ଓ କୃଷିଜୀବି ଭାବେ ବି ଥିଲା ତାଙ୍କ ସ୍ବତନ୍ତ୍ର ପରିଚୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଚେନ୍ନାଇ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିିଥିଲେ। ରାଣୀଙ୍କ ବିୟୋଗରେ ରାଜ୍ୟ ରାଜନୀତି ମହଲରେ ଶୋକର ଛୋୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି।