ସିପିଏମ୍ ନେତା ସୀତାରାମ ୟେଚୁରୀଙ୍କ ପରଲୋକ । ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ସିପିଏମ୍ ନେତା ସୀତାରାମ ୟେଚୁରୀଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା । ବୁଧବାର ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ୟେଚୁରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଡାକ୍ତରଙ୍କ ଏକ ବହୁବିଭାଗୀୟ ଟିମ୍ ନଜର ରଖିଥିଲେ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିଲା ।