ଜୁଲାଇ ୭ରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଅକ୍ଷୟତୃତୀୟା ଦିନ ରଥ କାମ ଅନୁକୂଳ ହେବ । ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଚଳିତ ମାସ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟ। ଏହିଦିନ ରଥ ନିର୍ମାଣ କାର୍ୟ୍ୟ ଅନୁକୂଳ ହେବ। ଏଥିସହ ଚନ୍ଦନଯାତ୍ରା ବି ଆରମ୍ଭ ହେବ। ଏହା ପୂର୍ବରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ଭୋଇସେବକମାନେ ରଥ ନିର୍ମାଣ ପାଇଁ ରଥଖଳା ପ୍ରସ୍ତୁତି ଆରମ୍ଭ କରିଛନ୍ତି। ପ୍ରସିଦ୍ଧ ଚନ୍ଦନ ଯାତ୍ରା ପାଇଁ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ରଥ ନିର୍ମାଣ ପାଇଁ ଆବଶ୍ୟକ କାଠ ବି ରଥଖଳାରେ ରଖାଯାଇଛି।